Thursday 17 October 2019

NITI AAYOG launches India Innovation Index 2019 : Odisha 12th

ନୀତି ଆୟୋଗ

ନୀତି ଆୟୋଗ ଦ୍ୱାରା ଭାରତ ନବୋନ୍ମେଷ ସୂଚକାଙ୍କ 2019 ପ୍ରକାଶିତ
• ଶୀର୍ଷରେ କର୍ଣ୍ଣାଟକ, ଦ୍ୱାଦଶ ସ୍ଥାନରେ ଓଡ଼ିଶା
• ପ୍ରଥମ 4ଟି ସ୍ଥାନରେ ତାମିଲନାଡ଼ୁ, ମହାରାଷ୍ଟ୍ର ଓ ଦିଲ୍ଲୀ ସ୍ଥାନିତ

ପୋଷ୍ଟ କରାଯିବା ଦିନାଙ୍କ: 17 OCT 2019 7:46PM by PIB Bhubaneshwar
ନୀତି ଆୟୋଗ ଦ୍ୱାରା 2019 ବର୍ଷ ପାଇଁ ଭାରତ ନବୋନ୍ମେଷ ସୂଚକାଙ୍କ ପ୍ରକାଶ ପାଇଛି । ଦେଶର ବୃହତ ରାଜ୍ୟଗୁଡ଼ିକ ମଧ୍ୟରେ କର୍ଣ୍ଣାଟକ ସର୍ବାଧିକ ନବୋନ୍ମେଷୀ ରାଜ୍ୟ ଭାବେ ପ୍ରଥମ ସ୍ଥାନ ହାସଲ କରିଛି । ଏହାପଛକୁ ଶୀର୍ଷ 10ଟି ସ୍ଥାନରେ ଯଥାକ୍ରମେ ତାମିଲନାଡ଼ୁମହାରାଷ୍ଟ୍ରତେଲଙ୍ଗାନାହରିୟାଣାକେରଳଉତ୍ତର ପ୍ରଦେଶପଶ୍ଚିମବଙ୍ଗଗୁଜରାଟ ଏବଂ ଆନ୍ଧ୍ର ପ୍ରଦେଶ ରହିଛନ୍ତି । ଶୀର୍ଷ 10ଟି ରାଜ୍ୟ ମଧ୍ୟରେ ଅଧିକ ଦକ୍ଷିଣ ଓ ପଶ୍ଚିମ ଭାରତୀୟ ରାଜ୍ୟ ରହିଛନ୍ତି । ଉତ୍ତର-ପୂର୍ବ ଏବଂ ପାର୍ବତ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ସିକ୍କିମ ଶୀର୍ଷରେ ରହିଥିବା ବେଳେ କେନ୍ଦ୍ରଶାସିତ ପ୍ରଦେଶ/ନଗର ରାଜ୍ୟ/କ୍ଷୁଦ୍ର ରାଜ୍ୟଗୁଡ଼ିକ ମଧ୍ୟରେ ଦିଲ୍ଲୀ ସର୍ବୋଚ୍ଚ ସ୍ଥାନ ହାସଲ କରିଛି । ନିବେଶ (ଇନପୁଟ)କୁ ଫଳାଫଳ (ଆଉଟପୁଟ)ରେ ରୂପାନ୍ତରିତ କରିବାରେ ସବୁଠୁ ଦକ୍ଷ ରାଜ୍ୟଗୁଡ଼ିକ ମଧ୍ୟରେ ଦିଲ୍ଲୀକର୍ଣ୍ଣାଟକମହାରାଷ୍ଟ୍ରତାମିଲନାଡ଼ୁତେଲଙ୍ଗାନା ଓ ଉତ୍ତରପ୍ରଦେଶ ରହିଛନ୍ତି ।
ଅନ୍ୟପକ୍ଷରେ ଭାରତ ନବୋନ୍ମେଷ ସୂଚକାଙ୍କର ବୃହତ ରାଜ୍ୟ ବର୍ଗରେ ଓଡ଼ିଶା ଦ୍ୱାଦଶ ସ୍ଥାନରେ ରହିଛି । ତେବେ ଏନେବଲର୍ସ ଓ ପରଫର୍ମାନ୍ସ ରେଙ୍କରେ ଓଡ଼ିଶାକୁ ଯଥାକ୍ରମେ ଦଶମ ଓ ଏକାଦଶ ସ୍ଥାନ ମିଳିଛି ।
ନୀତି ଆୟୋଗ ଉପାଧ୍ୟକ୍ଷ ଡ. ରାଜୀବ କୁମାରମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତାଭ କାନ୍ତବିଜ୍ଞାନ ବିଭାଗ ସଚିବ ଆଶୁତୋଷ ଶର୍ମାବାୟୋ-ଟେକନୋଲଜି ବିଭାଗ ସଚିବ ରେଣୁ ସ୍ୱରୂପଆୟୁଷ ସଚିବ ବୈଦ୍ୟ ରାଜେଶ କୋଟେଚାଙ୍କ ଉପସ୍ଥିତିରେ ଏହି ସୂଚକାଙ୍କ ଜାରି କରାଯାଇଥିଲା ।
ଡ. ରାଜୀବ କୁମାର ଏହି ଅବସରରେ ଆଶା ବ୍ୟକ୍ତ କରିଥିଲେ ଯେ ନବୋନ୍ମେଷ ପରିସଂସ୍ଥାନରେ ଥିବା ବିଭିନ୍ନ ଅଂଶୀଦାରଙ୍କ ମଧ୍ୟରେ ଭାରତ ନବୋନ୍ମେଷ ସୂଚକାଙ୍କ ସମନ୍ୱୟ ପ୍ରତିଷ୍ଠା କରିବ ଏବଂ ଭାରତ ଏକ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଉତ୍ତମ ପ୍ରଶାସନ ଦିଗରେ ଅଗ୍ରସର ହୋଇପାରିବ ।
ଅଗଣିତ ଆହ୍ୱାନ ମଧ୍ୟରେ ବିଶ୍ୱ ନବୋନ୍ମେଷ କ୍ଷେତ୍ରରେ ନେତୃତ୍ୱ ନେବା ଲାଗି ଭାରତ ନିକଟରେ ଅଭିନବ ସୁଯୋଗ ରହିଛି ବୋଲି ଶ୍ରୀ ଅମିତାଭ କାନ୍ତ ପ୍ରକାଶ କରିଥିଲେ । ରେଣୁ ସ୍ୱରୂପ କହିଥିଲେ ଯେ କ୍ଲଷ୍ଟର ଆଧାରିତ ନବୋନ୍ମେଷକୁ ପ୍ରତିଦ୍ୱନ୍ଦ୍ୱିତାର କେନ୍ଦ୍ର ବିନ୍ଦୁ ଭାବେ ବିକଶିତ କରାଯିବା ଆବଶ୍ୟକ । ଉଭୟ ନିବେଶ ଏବଂ ଫଳାଫଳ ଉପାଦାନ ଉପରେ ଗୁରୁତ୍ୱ ଦିଆଯାଇଥିବାରୁ ଏହି ସୂଚକାଙ୍କ ଦେଶରେ ନବୋନ୍ମେଷ ପରିବେଶକୁ ଉନ୍ନତ କରିବାରେ ଉତ୍ତମ ଆରମ୍ଭ ବୋଲି ଶ୍ରୀ ଆଶୁତୋଷ ଶର୍ମା କହିଥିଲେ । ଶ୍ରୀ ବୈଦ୍ୟ କୋଟେଚା କହିଥିଲେ ଯେ ରାଜ୍ୟଗୁଡ଼ିକ ମଧ୍ୟରେ ମାନଦଣ୍ଡ ନିର୍ଦ୍ଧାରଣ ଜରିଆରେ ପ୍ରତିଦ୍ୱନ୍ଦ୍ୱିତାମୂଳକ ସଂଘୀୟ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦିଗରେ ଏହି ସୂଚକାଙ୍କ ଏକ ଉତମ ପ୍ରୟାସ ।
ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶରେ ନବୋନ୍ମେଷ ପରିସଂସ୍ଥାନକୁ ଅନୁଧ୍ୟାନ କରାଯିବା ପରେ ଏହି ସୂଚକାଙ୍କ ପ୍ରକାଶ ପାଇଛି । ଦେଶରେ ରହିଥିବା ଆହ୍ୱାନଗୁଡ଼ିକର ମୁକାବିଲା କରିବା ଏବଂ ନିର୍ଦ୍ଦିଷ୍ଟ ଅଂଚଳର ଆର୍ଥିକ ବିକାଶ ନୀତି ପ୍ରସ୍ତୁତ କରିବା ଦିଗରେ ନୀତି ନିର୍ଦ୍ଧାରକମାନଙ୍କୁ ଏକ ସାମାଗ୍ରିକ ସାଧନ ପ୍ରଦାନ କରିବା ହେଉଛି ଏହି ସୂଚକାଙ୍କର ଉଦ୍ଦେଶ୍ୟ । ଏହି ସୂଚକାଙ୍କରେ ରାଜ୍ୟଗୁଡ଼ିକୁ 3ଟି ବର୍ଗରେ ବିଭକ୍ତ କରାଯାଇଛି ଯଥା : ବୃହତ ରାଜ୍ୟଉତ୍ତର-ପୂର୍ବାଂଚଳ ଓ ପାର୍ବତ୍ୟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ/ନଗର ରାଜ୍ୟ/କ୍ଷୁଦ୍ର ରାଜ୍ୟ ।
ଦେଶର ଅଭିବୃଦ୍ଧି ଏବଂ ସମୃଦ୍ଧି ଲାଗି ନବୋନ୍ମେଷ ଏକ ପ୍ରମୁଖ ବାହକ ହୋଇପାରିବ । ଏହାକୁ ଦୃଷ୍ଟିରେ ରଖି ପ୍ରତିଦ୍ୱନ୍ଦ୍ୱିତା ସଂସ୍ଥାନକୁ ଜ୍ଞାନ ସହଯୋଗୀ ଭାବେ ନେଇ ନୀତି ଆୟୋଗ ପକ୍ଷରୁ ଭାରତ ନବୋନ୍ମେଷ ସୂଚକାଙ୍କ 2019 ପ୍ରକାଶ ପାଇଛି । ବ୍ୟାପକ ଗବେଷଣା ଏବଂ ବିଶ୍ଳେଷଣ ପରେ ଏହି ଅଧ୍ୟୟନର ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭାରତୀୟ ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକର ନବୋନ୍ମେଷ ସାମର୍ଥ୍ୟ ଓ ପ୍ରଦର୍ଶନକୁ ନିରୀକ୍ଷଣ କରିବା ମାଧ୍ୟମରେ ଦେଶର ସାମଗ୍ରିକ ନବୋନ୍ମେଷ ପରିଦୃଶ୍ୟକୁ ଦେଖାଯାଇଛି ।
ଏହି ସୂଚକାଙ୍କ ମାଧ୍ୟମରେ ଦେଶର 29ଟି ରାଜ୍ୟ ଏବଂ 7ଟି କେନ୍ଦ୍ର ଶାସିତ ପ୍ରଦେଶର ନବୋନ୍ମେଷ ପରିବେଶକୁ ନିରନ୍ତର ମୂଲ୍ୟାୟନ ପାଇଁ ଏକ ବ୍ୟାପକ ଢାଂଚା ପ୍ରସ୍ତୁତ କରିବାର ପ୍ରୟାସ କରାଯାଇଛି । ଏହା ଜରିଆରେ ତିନୋଟି କାର୍ଯ୍ୟ ସମ୍ପାଦନ ପାଇଁ ପ୍ରୟାସ କରାଯାଇଛି ଯଥା :1- ସୂଚକାଙ୍କ ଫଳାଫଳ ଆଧାରରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ରେଙ୍କ ପ୍ରଦାନ କରିବା2- ସମ୍ଭାବନା ଓ ଆହ୍ୱାନଗୁଡ଼ିକୁ ବିବେଚନା କରିବା ଏବଂ 3-ନବୋନ୍ମେଷର ପ୍ରୋତ୍ସାହନ ଲାଗି ସରକାରୀ ନୀତି ପ୍ରସ୍ତୁତିରେ ସହାୟତା କରିବା ।
ଦୁଇଟି ସୋପାନ- ଏନେବଲର୍ସ ଓ ପରଫର୍ମାନ୍ସରେ ମିଳିଥିବା ହାରାହାରି ଅଙ୍କ ଆଧାରରେ ଭାରତ ନବୋନ୍ମେଷ ସୂଚକାଙ୍କ-2019ର ଫଳାଫଳ ପ୍ରକାଶ ପାଇଛି । 5ଟି ସ୍ତମ୍ଭକୁ ନେଇ ସମର୍ଥକ ପର୍ଯ୍ୟାୟରେ ରାଜ୍ୟଗୁଡ଼ିକର ନବୋନ୍ମେଷ ସାମର୍ଥ୍ୟକୁ ବିବେଚନା କରାଯାଇଛି : ମାନବ ପୁଞ୍ଜିନିବେଶଜ୍ଞାନ କର୍ମୀବ୍ୟବସାୟିକ ପରିବେଶ ଏବଂ ସୁରକ୍ଷା ଓ ଆଇନଗତ ପରିବେଶ । ନିବେଶ (ଇନପୁଟ) ଦ୍ୱାରା ଦେଶକୁ ମିଳୁଥିବା ଲାଭକୁ ପ୍ରଦର୍ଶନ ସୋପାନ ଗ୍ରହଣ କରିଛି । ଏହାକୁ ଦୁଇଟି ସ୍ତମ୍ଭ ଯଥା ଜ୍ଞାନ ଫଳାଫଳ ଏବଂ ଜ୍ଞାନର ପ୍ରସାରରେ ବିଭକ୍ତ କରାଯାଇଛି ।