କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଚଳିତ ବର୍ଷ ରାଜ୍ୟସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯିବ। ୨୬ ଜାନୁଆରୀ, ସକାଳ ୮.୩୦ ମିନିଟ୍ ସମୟରେ ମହାତ୍ମା ଗାନ୍ଧୀ ମାର୍ଗରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବରେ ଜାତୀୟ ପତାକା ଉତ୍ତୋଳନ କରିବେ। ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବେ।
କୋଭିଡ୍ ପରିପ୍ରେକ୍ଷୀରେ ଏଥର ଅପେକ୍ଷାକୃତ କମ୍ ଅତିଥି ଏବଂ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମରେ ସୀମିତ ସଂଖ୍ୟାରେ କୋଭିଡ୍ ଯୋଦ୍ଧାମାନେ ଉପସ୍ଥିତ ରହିବେ। ଟିଭି ତଥା ସାମାଜିକ ଗଣମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିପାରିବେ।
Source: inpr twitter

No comments:
Post a Comment