ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ। ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ। ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ।
ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Source : inpr_Twitter

No comments:
Post a Comment