Sunday, 18 July 2021

Opening of schools for Class X w.e.f. 26th July

ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍ ଖୋଲାଯିବା ସମ୍ବନ୍ଧୀୟ ସୂଚନା |

ଛାତ୍ରଛାତ୍ରୀମାନଙ୍କ ସ୍ବାସ୍ଥ୍ୟର ନିରାପତ୍ତା ଦୃଷ୍ଟିରୁ ଜିଲ୍ଲାପାଳମାନେ ସ୍ଥଳ ବିଶେଷରେ ସ୍କୁଲ୍ ଖୋଲାଯିବା ସମ୍ବନ୍ଧୀୟ ନିଷ୍ପତ୍ତି ନେଇପାରିବେ। ପରିସ୍ଥିତି ଅନୁସାରେ ଅଗଷ୍ଟ ମାସରେ ୯ମ ଶ୍ରେଣୀ ପାଠ ପଢା ପାଇଁ ନିଷ୍ପତ୍ତି ଗ୍ରହଣ କରାଯିବ। ଚଳିତ ଜୁଲାଇ ୨୬ ତାରିଖରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶ୍ରେଣୀ ଗୃହରେ ପାଠପଢା ଆରମ୍ଭ ହେବ। ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ୍ ପାଇଁ ଏହି ନିୟମ ଲାଗୁହେବ। ଅନ୍ୟାନ୍ୟ ଶ୍ରେଣୀର ପାଠ ପଢା ଅନଲାଇନ୍ ମାଧ୍ୟମରେ ହେବ। ସକାଳ ୧୦.୦୦ ରୁ ଦିନ ୧.୩୦ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲାଯିବ।

ଜୁଲାଇ ମାସ ୩୦ ତାରିଖରୁ ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ଅଫଲାଇନ୍‌ରେ ମେଟ୍ରିକ ପରୀକ୍ଷା ହେବ। ଜିଲ୍ଲା ଏବଂ ବ୍ଲକ୍ ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର ରହିବ। କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ ସହ ମେଟ୍ରିକ ପରୀକ୍ଷା ପରିଚାଳନା କରାଯିବ। ପରୀକ୍ଷା ଦାୟିତ୍ୱରେ ଥିବା ସମସ୍ତଙ୍କ କୋଭିଡ୍ ପରୀକ୍ଷଣ କରାଯିବ।

SOP for opening of school.PDF

No comments: