୫-ଟି ଉପକ୍ରମରେ ଓଡିଶାର ବରପୁତ୍ର ମାନଙ୍କ ଜନ୍ମପୀଠର ବିକାଶ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୁଆଣ୍ଡୋରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି। ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ ପୈତୃକ ବାସଗୃହର ଉଦ୍ଘାଟନ କରିଛନ୍ତି। ଏହାସହିତ ଜନ୍ମପୀଠକୁ ରାସ୍ତା, ପରିକ୍ରମା ରାସ୍ତା ଓ ଏକ ସୂଚନାକେନ୍ଦ୍ର ମଧ୍ୟ କରାଯାଇଛି।
Photo : Twitter of CMO Odisha & Inpr Odisha
No comments:
Post a Comment