Hon'ble CM approves upgradation of Vikram Deb Autonomous College, Jeypore, to an affiliated University. CM to attend platinum jubilee celebrations of the college tomorrow at Jeypore.
ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଏହି ମହାବିଦ୍ୟାଳୟ ଚଳିତ ବର୍ଷ ୭୫ବର୍ଷ ପୂର୍ତ୍ତି ପାଳନ କରୁଛି। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀମାନଙ୍କର ବହୁ ଦିନର ଦାବି ପୂରଣ ହୋଇଛି। ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ, ରାୟଗଡ, ନବରଙ୍ଗପୁର ଓ ମାଲକାନଗିରିର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡ଼ିଶାର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ମାଇଲଷ୍ଟୋନ୍ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
No comments:
Post a Comment