Friday 3 March 2023

Visitors Entry fee for museums limited to Rs.10 only

ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ ତଥା ପର୍ଯ୍ୟଟକମାନେ ଯେପରି ଓଡ଼ିଶାର କଳା ଓ ସଂସ୍କୃତି ସହ ଭଲ ଭାବେ ପରିଚିତ ହୋଇପାରିବେ, ସେଥିପାଇଁ ଏହି ପଦକ୍ଷେପ ନିଆଯାଇଛି।

ଏଥିସହ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ପାଇଁ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ ସଂଗ୍ରହାଳୟଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକମାନେ ପରିଦର୍ଶନର ଅଧିକ ସୁଯୋଗ ପାଇବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

No comments: