Thursday 3 August 2023

Insurance coverage of Journalists hiked upto Rs.5 Lakh : Government shall pay 100% Premium

କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାର ଉପକୃତ ହେବେ।

ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା। ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ। 

10193 Dt.31.07.2023

No comments: