Tuesday 12 March 2024

Assistance of ₹50, 000/- each to 7300 Bhagabat Tungis

ଆମ ରାଜ୍ୟରେ ଥିବା ୭୩୦୦ଟି ଭାଗବତ ଟୁଙ୍ଗୀ ଗୁଡିକୁ  ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି। ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ ଟୁଙ୍ଗୀ ଗୁଡିକର  ବିକାଶ କାର୍ଯ୍ୟ କରାଯିବ।

ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ। @IPR_Odisha

No comments: