Tuesday 12 March 2024

Hike in pay & allowance of Sarapanch and other Panchayatiraj Representatives

ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ  ଭତ୍ତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ  ୨୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା  ୩୦୦ରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। 

ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ,  ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ୭,୫୦୦ ଟଙ୍କା, ସରପଞ୍ଚମାନେ ୧୦,୦୦୦ ଟଙ୍କା ଓ ନାଏବ ସରପଞ୍ଚମାନେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ  ସମିତି ଅଧ୍ୟକ୍ଷ, ଉପାଧକ୍ଷ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ।

ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

@IPR_Odisha

No comments: