ଦୀପାବଳି ପୂର୍ବରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଙ୍କ ଘୋଷଣା ।
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ପେନ୍ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି ହୋଇଛି । ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ମିଳିବ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଲ୍ଗୀ ଉପକୃତ ହେବେ।



















