Showing posts with label Salary calculation. Show all posts
Showing posts with label Salary calculation. Show all posts

Wednesday, 13 March 2024

Odisha Hikes Allowances & Emoluments Of Mayors, Other Civic Body Officials

ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ  ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। 

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଙ୍ଗ୍ କମିଟି ସଦସ୍ୟ ମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।

ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା  ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି। 

ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ।ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି ।@IPR_Odisha

Junior Teacher salary hike retrospectively from January 1, 2023

ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ମାସିକ ପାରିଶ୍ରମିକ ୧୩,୮୦୦ରୁ ୨୦,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହା ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ। ଏହା ଦ୍ୱାରା ୧୨,୭୮୪ କନିଷ୍ଠ ଶିକ୍ଷକ ଉପକୃତ ହେବେ। ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ। @IPR_Odisha

Tuesday, 12 March 2024

Increase in salary of Mission Shakti employees by ₹500/-

ଆହୁରି ସଶକ୍ତ ହେବ ମିଶନ ଶକ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମିଶନ ଶକ୍ତି ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ବୈଠକ ଦେୟ ପରିମାଣରେ ₹୫୦୦ ବୃଦ୍ଧି କରିଛନ୍ତି। ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଏହା ଲାଗୁ ହେବାକୁଥିବାବେଳେ ଉପକୃତ ହେବେ ୧.୨୬ ଲକ୍ଷରୁ ଊର୍ଦ୍ଧ୍ଵ କର୍ମକର୍ତ୍ତା। 

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନଙ୍କ ବୈଠକ ଦେୟ ₹୪,୦୦୦ରୁ ₹୪,୫୦୦ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ଦେୟ ₹୨,୦୦୦ରୁ ₹୨,୫୦୦ କୁ ବୃଦ୍ଧି ହୋଇଛି। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନଙ୍କ ବୈଠକ ଦେୟ ₹୨,୦୦୦ରୁ ₹୨,୫୦୦ କୁ ବୃଦ୍ଧି ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାଙ୍କ ଦେୟ ₹୧,୦୦୦ରୁ ₹୧,୫୦୦କୁ ବୃଦ୍ଧି ହୋଇଛି। ଏଥିପାଇଁ ବର୍ଷକୁ ₹୨୪୯.୨୧ କୋଟି ଖର୍ଚ୍ଚ କରାଯିବ।  

@CMO_Odisha

Hike in pay & allowance of Sarapanch and other Panchayatiraj Representatives

ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ  ଭତ୍ତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ  ୨୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା  ୩୦୦ରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। 

ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ,  ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ୭,୫୦୦ ଟଙ୍କା, ସରପଞ୍ଚମାନେ ୧୦,୦୦୦ ଟଙ୍କା ଓ ନାଏବ ସରପଞ୍ଚମାନେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ  ସମିତି ଅଧ୍ୟକ୍ଷ, ଉପାଧକ୍ଷ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ।

ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

@IPR_Odisha

Revised payment of honorarium to the members of Panchayatiraj Institutions


Revised Pay 👇

PR&DW Department 
Resolution No. 6036 Dt.12.03.2024

Corrigendum No. 6542 Dt.15.03.2024

Friday, 8 March 2024

Hike in remuneration of outsourcing employees

The remuneration of the Service Provider Agencies was last revised in November,  2021 vide FD Letter No 30722/6.11.21. Considering the demands of the Service Provider Agencies and the present cost of living, Government have been pleased to enhance the monthly remuneration to be paid by the SPAs with the conditions as  enumerated below: , (GA&PG Department RESOLUTION No. 7982 Dt.07.03.2024) 

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି

୩. Outsourcing କର୍ମଚାରୀ ଓ Service Provider Agency ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି  ପାଞ୍ଚ  ବର୍ଷର  ଅଭିଜ୍ଞତା  ପାଇଁ  ମାସିକ ଅଧିକ  ଏକହଜାର  ଟଙ୍କା  ମିଳିବ।

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ।

୬. Outsourcing କର୍ମଚାରୀ ତଥା Service Provider Agencyଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ Software Application ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ।

୮. ଯେଉଁ outsourcing କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।

ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ Service Providing Agency  ମାନଙ୍କ ସହିତ supplementary agreement କରିବେ।

Thursday, 7 March 2024

Hike in remuneration of ASHA Workers

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି କ୍ରମେ ରାଜ୍ୟର ଆଶା କର୍ମୀମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ। ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ।

@IPR_Odisha

Tuesday, 13 June 2023

Calculate your revised salary with DA @ 42%

Govt. of Odisha Employees
Matrix Level
Matrix Pay :
Your City :

Thursday, 14 October 2021

First Salary of Secretariat ASO

ଯଦି ସବୁ କିଛି ଠିକଠାକ୍ ଚାଲେ ଏବଂ ଆସନ୍ତା ୬ ମାସ ମଧ୍ଯରେ ସଚିବାଳୟ ଏଏସ୍ଓ  ଚାକିରୀରେ ଯୋଗ ଦିଅନ୍ତି ତେବେ, ସେମାନଙ୍କର ମାସିକ ବେତନ କେତେ ହେବ ତାହା ସମସ୍ତଙ୍କ ମନରେ  ଜିଜ୍ଞାସା ଥିବ। ନିକଟରେ ରାଜ୍ଯ କ୍ୟାବିନେଟ ମହଙ୍ଗା ଭତ୍ତା ୧୭% ରୁ ୨୮% କୁ ବ୍ରୁଦ୍ଧି କରିଥିବାରୁ ୦୧.୦୭.୨୦୨୧ ଠାରୁ ଜଣେ ନୂଆକରି ଯୋଗ ଦେବାକୁ ଥିବା ସହାୟକ ଉପବିଭାଗ ଅଧିକାରୀ ଙ୍କୁ ନିମ୍ନମତେ ମାସିକ ବେତନ ମିଳିବ। ଏହି ଦରମା ହାର ଉଭୟ ସଚିବାଳୟ ଓ ହାଇକୋର୍ଟ ଏଏସ୍ଓ ପାଇଁ ସମାନ।