ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ:
୧- ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ସରକାରୀ ସ୍ତରର ବିଭିନ୍ନ ବୈଠକ, ସମୀକ୍ଷା, ପ୍ରଶିକ୍ଷଣ, କର୍ମଶାଳା ଆଦି ଅତି ଆବଶ୍ୟକ ନ ହେଲେ ଭର୍ଚୁଆଲ ମୋଡ୍ରେ କରାଯିବ। ଯେଉଁଠି ପ୍ରତ୍ୟକ୍ଷ ଉପସ୍ଥିତିର ଆବଶ୍ୟକତା ଥିବ, ସେ ସ୍ଥଳରେ ଯେଉଁ ଅଧିକାରୀ ଓ କର୍ମଚାରୀମାନଙ୍କ ପ୍ରତ୍ୟକ୍ଷ ଉପସ୍ଥିତି ଆବଶ୍ୟକ ଥିବ, ସେମାନେ ପ୍ରତ୍ୟକ୍ଷ ଭାବେ ବୈଠକରେ ଯୋଗ ଦେଇପାରିବେ ଏବଂ ଅନ୍ୟମାନେ ଭର୍ଚୁଆଲ ମୋଡ୍ରେ ଯୋଗ ଦେବେ।
୨- ସେହିଭଳି, ୧ ଜୁନ୍ ୨୦୨୬ ଠାରୁ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଯେତେ ନୂଆ ଦୁଇ ଚକିଆ ଓ ଚାରି ଚକିଆ ଯାନ କିଣାଯିବ, ସେଗୁଡ଼ିକ ବୈଦ୍ୟୁତିକ ଯାନ (EV) ହୋଇଥିବା ବାଧ୍ୟତାମୂଳକ। ବିଶେଷ ଆବଶ୍ୟକତା ଭିତ୍ତିରେ ପେଟ୍ରୋଲ କିମ୍ୱା ଡିଜେଲ ଯାନ କିଣିବାକୁ ଅନୁମତି ଦିଆଯିବ। ସେହିଭଳି, ଜୁନ୍ ପହିଲାରୁ ସରକାରୀ କାର୍ଯ୍ୟାଳୟରେ ଭଡ଼ା ସୂତ୍ରରେ ନିଆଯାଉଥିବା ସରକାରୀ ଚାରିଚକିଆ ଯାନ EV ହେବା ବାଧ୍ୟତାମୂଳକ କରାଯିବ।









































